ଭାରତୀୟ ବଜାରରେ ପୁଣି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଭାରତୀୟ ବଜାରରେ ପୁଣି କମିଲା ସୁନା ଦର । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ଆଜି ହିଁ ଯାଇ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୧୦ ଓ ୪୯,୭୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୦୦ ଟଙ୍କା ଓ ୪୮,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୫୧,୪୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୪୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯, ୫୫୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୪୯,୫୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୯,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.