ପୁଣି ଦେଶରେ ୪୧୦ ଟଙ୍କା ବଢିଲା ସୁନା ଦାମ୍‌, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍‌

ଆପଣ ଯଦି ବିବାହ ପାଇଁ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଜଲଦି କିଣିଦିଅନ୍ତୁ। ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି। ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା ହୋଇଛି। ଗତକାଲି ୨୨ କ୍ୟାରେଟ ସୁନା ଦର ୪୪,୩୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୮୦ ଟଙ୍କା ରହିଥିଲା। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୦୦ ଟଙ୍କା ଓ ୪୯,୫୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୭୨୦ଟଙ୍କା ଓ ୪୮, ୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୮୫୦ ଟଙ୍କା ଓ ୫୨,୨୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୨୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୪୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୯୫୦ ଟଙ୍କା ଓ ୫୦, ୬୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.