ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୧୦ ଟଙ୍କା ବଢ଼ି ଦଶ ଗ୍ରାମ ପ୍ରତି ୪୮,୭୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୨୧୦ ଟଙ୍କା ବଢ଼ି ଦଶ ଗ୍ରାମ ପ୍ରତି ୫୨,୯୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୪୦୦ ଟଙ୍କା ଓ ୫୦,୬୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦର ବଢ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୧୦ ଟଙ୍କା ଓ ୪୯,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୬୦ ଟଙ୍କା ଓ ୫୨,୯୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୬୦ ଟଙ୍କା ଓ ୫୧,୭୬୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୧,୪୦୦ ଟଙ୍କା ବଢ଼ି ୬୭,୦୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.