ଆଜି ସ୍ଥିର ରହିଛି ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଗତ ଦୁଇ ବର୍ଷ ଧରି କରୋନା ଯୋଗୁଁ ଗତ ବିବାହ ହ୍ରାସ ପାଇଥିଲା। କିନ୍ତୁ ଏଥର ନଭେମ୍ବରରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ରେକର୍ଡ ସଂଖ୍ୟକ ବିବାହ ହେବ ବୋଲି ରହିଛି । ଏହାର ପ୍ରଭାବ ସିଧା ସଳଖ ସୁନା ଜିନିଷ ବିକ୍ରି ହେଉଥିବା ବଜାର ଉପରେ ପଡିବ । ମୁଖ୍ୟତଃ ଏଥର ଗହଣା ବ୍ୟବସାୟୀ ମାନେ ହେବେ ମାଲାମାଲ । ତେବେ ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୁପା ଦାମ୍ ମହଙ୍ଗା ହୋଇଥିବାରୁ ଏହାର ପ୍ରଭାବ ସୁନା ବଜାର ଉପରେ ପଡ଼ିଛି। ତେଣୁ ପ୍ରଥମେ ଆସନ୍ତୁ ଜାଣିବା ବଜାରରେ ଆଜିର ସୁନା ଦର କେତେ ରହିଛି।

ଆଜି ଭାରତରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୫୨,୬୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୪୦ ଟଙ୍କା ରହିଛି। ପୂର୍ବ ଦିନର ମୂଲ୍ୟ ତୁଳନାରେ ଆଜିର ମୂଲ୍ୟରେ ଏକ ପରିବର୍ତ୍ତନ ଦେଖିବାକୁ ମିଳିଛି। ସେହିପରି କିଲୋଗ୍ରାମ ପିଛା ରୁପା ଦରରେ ମଧ୍ୟ କିଛି ପରିବର୍ତ୍ତନ ହୋଇଛି। ଆଜି ୧ କେଜି ରୁପାର ମୂଲ୍ୟ ୬୨,୦୦୦ ଟଙ୍କା ରହିଥିବା ନେଇ ଚର୍ଚ୍ଚା ହେଉଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୫୨,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୫୦ ଟଙ୍କା ରହିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି। ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୧୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୭୦୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୫୫୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୯୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୫୦ ଟଙ୍କା ଅଛି।

ଯଦି ଆପଣ ଘରେ ବସି ସୁନା ଦର ଜାଣିବା ପାଇଁ ଚାହୁଁଛନ୍ତି ତେବେ ଆପଣଙ୍କ ପାଇଁ ଏକ ସହଜ ଉପାୟ ରହିଛି। ଏହି ଉପାୟ ଟି ହେଉଛି, ଘରେ ବସି ଆପଣଙ୍କୁ କେବଳ ଏହି ନମ୍ବର ୮୯୫୫୬୬୪୪୩୩ ରେ ଏକ ମିସ୍ କଲ୍ ଦେବାକୁ ପଡିବ। ଏହାପରେ ଆପଣଙ୍କ ଫୋନରେ ଏକ ମେସେଜ୍ ଆସିଯିବ, ଯେଉଁଥିରେ ଆପଣ ଲେଟେଷ୍ଟ ଦର ବିଷୟରେ ଜାଣି ପାରିବେ।

ଏଥିସହିତ ଘରେ ବସି ବିଆଇଏସ୍ କେୟାର ଆପ୍ ମାଧ୍ୟମରେ ଆପଣ ସୁନାର ଶୁଦ୍ଧତା ମଧ୍ୟ ଯାଞ୍ଚ କରିପାରିବେ | ଯଦି ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିବ ତେବେ ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରି ପାରିବେ।

Leave A Reply

Your email address will not be published.