ବ୍ୟବସାୟ ଓ ଅର୍ଥନୀତି

ସୁନା ଓ ରୁପା ଦାମରେ ସବୁଦିନ ହେଉଛି କିଛି ପରିବର୍ତ୍ତନ, ଦୋକାନକୁ ଯିବା ଆଗରୁ କେମିତି ଜାଣିବେ: ଏଠାରେ ଚେକ୍‌ କରନ୍ତୁ

ବିବାହ ଋତୁ ଆରମ୍ଭ ହୋଇଯିବାରୁ ପୁଣିଥରେ ସୁନା ଏବଂ ରୁପା ଦାମ ବଢିବା ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆପଣ ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ମନ ବଳାଇଛନ୍ତି, ତେବେ ପୂର୍ବରୁ ଜାଣି ରଖନ୍ତୁ କେତେ ରହିଛି ଦାମ୍‌ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯ ,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୬୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୨୫୦ ଟଙ୍କା ଓ ୫୩,୭୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୨୫୦ ଟଙ୍କା ଓ ୫୩,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୪୦୦ ଟଙ୍କା ଓ ୫୩,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୨୫୦ ଟଙ୍କା ଓ ୫୩,୭୩୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୪,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

1 hour ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

1 hour ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

2 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

2 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

2 hours ago

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

2 hours ago