ସୁନା ଓ ରୁପା ଦାମରେ ସବୁଦିନ ହେଉଛି କିଛି ପରିବର୍ତ୍ତନ, ଦୋକାନକୁ ଯିବା ଆଗରୁ ଏଠାରେ ଚେକ୍‌ କରନ୍ତୁ

ବାହାଘର ସିଜନ୍‌ ଆସିବା କାରଣରୁ ପୁଣିଥରେ ସୁନା ଏବଂ ରୁପା ଦାମ ବଢିବା ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆପଣ ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ମନ ବଳାଇଛନ୍ତି, ତେବେ ପୂର୍ବରୁ ଜାଣି ରଖନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦଶଗ୍ରାମ୍‌ ପ୍ରତି ୪୯,୪୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍‌ ପ୍ରତି ଗତକାଲି ଠାରୁ ୨୨୦ ଟଙ୍କା ବୃଦ୍ଧି ପାଇ ୫୩,୯୫୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯ ,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୬୬୦ ଟଙ୍କା ଥିବା ଜଣାଯାଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୪୫୦ ଟଙ୍କା ଓ ୫୩,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୦୦ ଟଙ୍କା ଓ ୫୪,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୫୦ ଟଙ୍କା ଓ ୫୩,୯୫୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୫,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।