ସୁନା ଦରରେ ହୋଇଛି ସାମାନ୍ଯ ପରିର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୨୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୨୦୦ ଟଙ୍କା ଓ ୪୬,୦୪୦ ଟଙ୍କା ଛୁଇଁଛି।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୨୮୦ ଟଙ୍କା ଓ ୪୫,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୩୫୦ ଟଙ୍କା ଓ ୪୮,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୫୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୫୮୦ ଟଙ୍କା ଓ ୪୭,୨୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.