Below header

୬୦୦ ଟଙ୍କା କମିଲା ସୁନା ଦର, ଜାଣନ୍ତୁ ରାଜଧାନୀରେ କେତେ ଅଛି ଦାମ୍

ପୁଣି କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦୦ ଟଙ୍କା କମି ୪୬,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧୦ ଟଙ୍କା କମି ୫୦,୪୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୫୦ ଟଙ୍କା ଓ ୪୮,୨୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦,୪୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୨୦ ଟଙ୍କା ଓ ୪୯,୪୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୭୦୦ ଟଙ୍କା କମି ୬୮,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.