ଭୁବନେଶ୍ୱରରେ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୭,୦୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୭୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪,୧୮୦ ଟଙ୍କା ଓ ୪୮,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୬୨୦ ଟଙ୍କା ଓ ୪୮,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୫୦,୬୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୬୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୪୦ ଟଙ୍କା ଓ ୪୯,୪୫୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା କିନ୍ତୁ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.