Below header

କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୭୦୦ ଟଙ୍କାରେ ପହଞ୍ଚିଥିବା ଜଣାପଡିଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୮୦୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦର ବଢ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୧୦ ଟଙ୍କା ଓ ୪୯,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୬୦ ଟଙ୍କା ଓ ୫୨,୯୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୬୦ ଟଙ୍କା ଓ ୫୧,୭୬୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛଶ ୭୧,୫୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.