Below header

ବଢ଼ିଲା ସୁନା ଦାମ୍‌, ଜାଣନ୍ତୁ କେତେ ହେଲା ଗ୍ରାମ ପ୍ରତି ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫୦ ଟଙ୍କା ବୃଦ୍ଧି ପାଇ ୪୬,୧୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫୦ ଟଙ୍କା ବୃଦ୍ଧି ପାଇ ୪୭,୧୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ଓ ୪୮,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୯୦ ଟଙ୍କା ଓ ୪୭,୧୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୪୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୪୯,୦୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ୬୮,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.