ପୁଣି କମିଲା ସୁନା ଦାମ୍, ଜାଣନ୍ତୁ କେତେ ହେଲା ଗ୍ରାମ ପ୍ରତି ଦାମ୍

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୦୪୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୨୨୦ ଟଙ୍କା ଓ ୪୯,୫୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୦୪୦ ଟଙ୍କା ଓ ୪୮,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୫୧,୪୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୦୦ ଟଙ୍କା ଓ ୫୦,୩୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି
୬୦୦ ଟଙ୍କା କମିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୭,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.