ସାମାନ୍ଯ ବଢିଲା ସୁନା ମୂଲ୍ଯ, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୬୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୬,୬୮୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୮୨୦ ଟଙ୍କା ଓ ୪୭,୬୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୬୮୦ ଟଙ୍କା ଓ ୪୬,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୦୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୪୮,୮୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.