ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୬୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୪୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୬୫୦ ଟଙ୍କା ଓ ୫୭, ୧୬୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୬୫୦ ଟଙ୍କା ଓ ୫୭, ୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୮୦୦ ଟଙ୍କା ଓ ୫୭,୫୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୬୫୦ ଟଙ୍କା ଓ ୫୭, ୪୪୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୧.୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।