Below header

ବିବାହ ଋତୁରେ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୦୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୪୫୦ ଟଙ୍କା ଓ ୫୭,୩୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୪୦୦ ଟଙ୍କା ଓ ୫୭,୧୬୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.