ଆଜି କମିଛି ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦର

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୫୨,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୬,୮୩୦ ଟଙ୍କା ରହିଥିବା ଜଣାଯାଇଛି।

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୫୨,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୬,୮୩୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୧୦୦ ଟଙ୍କା ଓ ୫୬,୮୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୧୦୦ ଟଙ୍କା ଓ ୫୬,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୨୫୦ ଟଙ୍କା ଓ ୫୭,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୭,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୧୦୦ ଟଙ୍କା ଓ ୫୬,୮୩୦ ଟଙ୍କା ରହିଛି।
ସେହିପରି ରୁପା ମୂଲ୍ୟ ମଧ୍ୟ ଆଜି କମ୍ ହୋଇଛି। ଆଜି ରୁପା କିଲୋଗ୍ରାମକୁ ୧୦୦ ଟଙ୍କା କମି ୬୮,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।