Below header

ଖୁସି ଖବର! କମିଲା ସୁନା ଦାମ୍, ଜାଣନ୍ତୁ ଆଜିର ତାଜା ଅପଡେଟ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୫୦,୫୨୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୧୫୦ ଟଙ୍କା ଓ ୪୮,୧୬୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୯୮୦ ଟଙ୍କା ଓ ୪୫,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୫୦,୫୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୦୦ ଟଙ୍କା ଓ ୪୯,୫୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୮,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.