Below header

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୨୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୨୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୯୦ ଟଙ୍କା ଓ ୪୭,୯୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଓ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୪୦ ଟଙ୍କା ଓ ୫୦,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୧୦ ଟଙ୍କା ଓ ୪୮,୯୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା କମି ୬୭,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.