କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୫,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୧୦ ଟଙ୍କା କମି ୪୯,୫୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୫୫୦ ଟଙ୍କା ଓ ୪୭,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୧୩୦ ଟଙ୍କା ଓ ୪୬,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୪୫୦ ଟଙ୍କା ଓ ୪୯,୫୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୮,୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.