ବିବାହ ଋତୁରେ ଜୋରସୋରରେ ଚାଲିଛି ଗହଣା କିଣା, ଜାଣି ରଖନ୍ତୁ ଆଜି କେତେ ଅଛି ସୁନା ଦର

ଚାଲିଛି ବିବାହ ଋତୁ। ଜୋରସୋରରେ ଗହଣା କିଣା ଚାଲିଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ହୋଇଛି।

ଏବେ ଚାଲିଛି ବିବାହ ଋତୁ। ଜୋରସୋରରେ ଗହଣା କିଣା ଚାଲିଛି । ତେବେ ଆଜି ସୁନା ଦରରେ ଆସିଛି ସାମାନ୍ୟ ପରିବର୍ତ୍ତନ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୩୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୦୯୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୯୦୦ ଟଙ୍କା ଓ ୫୬,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୬ ,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.