Below header

କମିଲା ସୁନା ଦର, ଆଜି ରାକ୍ଷୀରେ ଭଉଣୀଙ୍କୁ ଦିଅନ୍ତୁ ମନ ପସନ୍ଦର ଉପହାର

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୬,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୦,୫୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୩୪୦ ଟଙ୍କା ଓ ୪୮,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୧୦ ଟଙ୍କା ଓ ୪୭,୨୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୫୦,୫୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୧,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.