Below header

ସୁନା କହୁଛି ମୋତେ ଛୁଅଁନା, ଦିନକୁ ଦିନ ବଢ଼ୁଛି ଦାମ୍

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୩୦ ଟଙ୍କା ଓ ୬୦,୪୩୦ ଟଙ୍କା ହୋଇଛି।

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୩୦ ଟଙ୍କା ଓ ୬୦,୪୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୪୦୦ ଟଙ୍କା ଓ ୬୦,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୧,୫୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୧୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୦୦ ଟଙ୍କା ଓ ୬୦ ,୪୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬ ,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.