ବଢ଼ିଲା ସୁନା ଦର, ଜାଣନ୍ତୁ ଆଜିର ତାଜା ଅପଡେଟ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୫୦ ଟଙ୍କା ବଢ଼ି ୪୬,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୩୮୦ ଟଙ୍କା ବଢ଼ି ୫୦,୧୮୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୧୦୦ ଟଙ୍କା ଓ ୪୮,୦୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୩୬୦ ଟଙ୍କା ଓ ୪୬,୩୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୦୦ ଟଙ୍କା ଓ ୪୮,୯୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧,୧୦୦ ଟଙ୍କା ବଢ଼ି ୬୦,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।