ପାଖେଇ ଆସୁଛି ବିବାହ ଋତୁ, ମୂଲ୍ୟ ଯାଞ୍ଚ କରି ଏବେଠୁ କିଣି ନିଅନ୍ତୁ ସୁନା

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୧୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ଓ ୬୦ ,୭୧୦ ଟଙ୍କା ହୋଇଛି।

ଅକ୍ଷୟ ତୃତୀୟାରେ ଅବସରରେ ୧୫୦ କୋଟିର ସୁନା ବେପାର ହୋଇଥିଲା। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଳଙ୍କାର ଦୋକାନରେ ଗ୍ରାହକଙ୍କ ଖଚାଖଚ୍‌ ଭିଡ ଜମିଥିଲା। ବୋହି ନେଇଥିଲେ ନିଜ ମନ ପସନ୍ଦର ଅଳଙ୍କାର। ବର୍ତ୍ତମାନ ବିବାହ ଋତୁ ପାଖେଇ ଆସୁଥିବାରୁ ଲୋକମାନେ ବହୁ ସୁନା କଣିଛନ୍ତି।

ଜାଣନ୍ତୁ ଆଜିର ଦର:

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୧୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୫୦ ଟଙ୍କା ଓ ୬୦ ,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୬୫୦ ଟଙ୍କା ଓ ୬୦,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୭୫୦ ଟଙ୍କା ଓ ୬୦,୮୬୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୨୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୬୫୦ ଟଙ୍କା ଓ ୬୦ ,୮୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.