ଆଜି ସ୍ଥିର ରହିଛି ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଓ ୬୧ ,୦୪୦ ଟଙ୍କା ହୋଇଛି।

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୪୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଓ ୬୧ ,୦୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୯୫୦ ଟଙ୍କା ଓ ୬୧,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୧୦୦ ଟଙ୍କା ଓ ୬୧,୧୯୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୪୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୫୦ ଟଙ୍କା ଓ ୬୧,୦୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।