କମିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରର ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୨୫୦ ଟଙ୍କା କମି ୪୬,୦୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୮୦ ଟଙ୍କା କମି ୫୦,୧୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୬୦ ଟଙ୍କା ଓ ୫୦,୧୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୬୪,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।