ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୦୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ କିନ୍ତୁ ଦଶ ଗ୍ରାମ ପ୍ରତି ୧୦ ୪୭,୩୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୧୦ ଟଙ୍କା ଓ ୪୮,୭୦୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୦୩୦ ଟଙ୍କା ଓ ୪୭,୦୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୫୦,୫୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୩୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୧,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।