ପୁଣି କମିଲା ସୁନା, ଜାଣନ୍ତୁ ଆଜି କେତେ ଅଛି ୧୦ ଗ୍ରାମକୁ
ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦୦ ଟଙ୍କା କମି ୪୫,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୦ ଟଙ୍କା କମି ୫୦,୦୯୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୭୫୦ ଟଙ୍କା ଓ ୪୭,୭୩୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୭୭୦ ଟଙ୍କା ଓ ୪୬,୭୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୦୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୨୦ ଟଙ୍କା ଓ ୪୮,୯୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୭୦,୫୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।