ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର

ଭାରତୀୟ ବଜାରରେ ପୁଣି କମିଲା ସୁନା ଦର । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ଆଜି ହିଁ ଯାଇ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୮୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୨୦ ଓ ୪୯,୧୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୭୦ ଟଙ୍କା ଓ ୪୭,୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.