ପୁଣି ଆଜି ବଢିଲା ସୁନା ଦାମ୍, ଜାଣନ୍ତୁ କେତେ ହେଲା ଗ୍ରାମ୍ ପ୍ରତି ଦାମ୍

ଗତକାଲି ତୁଳନାରେ ପୁଣି ବଢିଛି ସୁନା ଦର।‌ ସୁନା ଦାମ୍ ଗତକାଲି ଅପେକ୍ଷା ଆଜି ୩୯୦ ଟଙ୍କା ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୬୫୦  ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୬୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୧୦  ଟଙ୍କା ଓ ୪୮,୮୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୬୫୦ ଟଙ୍କା ଓ ୪୭,୬୫୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୫୦ ଟଙ୍କା ଓ ୫୦,୮୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୯୩୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୪୯,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ୮୦୦ ଟଙ୍କା ବଢିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର  ୬୨,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.