Below header

ସାମାନ୍ୟ କମିଲା ସୁନା-ରୁପା ଦର, ଜାଣନ୍ତୁ କ’ଣ ରହିଛି ଆଜିର ଦାମ୍‌

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୫୦ ଟଙ୍କା କମିଛି। ସେହିଭଳି ୨୪ କ୍ୟାରେଟ ସୁନା ଦର ମଧ୍ୟ ୧୫୦ ଟଙ୍କା ବୃଦ୍ଧି କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୦୦ ଟଙ୍କା ଓ ୫୦,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୬୨୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୭୦ ଟଙ୍କା ଓ ୫୨,୪୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.