ଆଜି ସ୍ଥିର ରହିଛି ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୦୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଓ ୬୦, ୬୦୦ ଟଙ୍କା ହୋଇଛି।
କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୦୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଓ ୬୦, ୬୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫, ୫୫୦ ଟଙ୍କା ଓ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୦୦ ଟଙ୍କା ଓ ୬୦, ୬୦୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦, ୯୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୬୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭, ୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।