ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟରେ ଆସିଛି ବଡ଼ ଧରଣର ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍‌

ସୁନା ଦାମ୍‌ ଗତ କିଛି ଦିନ ହେଲାଣି ହ୍ରାସ ପାଇଥିବା ବେଳେ ଆଜି ପୁଣି ବଢିଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୫୭୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୮୬୦ରେ ଟଙ୍କାରେ ପହଁଚିଥିବା ଜଣାଯାଇଛି । ଓଡିଶା ରାଜଧାନୀ ଭୁବନେଶ୍ୱର ଲୋକଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ବିଗତ ୧୦ ଦିନ ତଳେ ସୁନା ମଲ୍ୟ ପାଖାପାଖି ୬୦ ହଜାରରେ ପହଞ୍ଚିଥିବା ବେଳେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୨୫୦ ଟଙ୍କା ଓ ୫୧,୫୭୦ ଟଙ୍କା ଛୁଇଁଥିବା ଲକ୍ଷ୍ୟ କରାଯାଇଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୨,୯୯୦ ଟଙ୍କା ଓ ୫୧,୮୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୫୭୦ ଟଙ୍କା ୫୧,୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୬,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୫୧,୫୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୨୫୦ ଟଙ୍କା ଓ ୫୨,୫୩୦ ଟଙ୍କା ରହିଛି । ଅନ୍ୟପକ୍ଷରେ ଅନ୍ୟତମ ପ୍ରମୁଖ ଧାତୁ ରୁପା ମୂଲ୍ୟରେ ବି ଧୀରେ ଧୀରେ ହ୍ରାସ ଘଟୁଥିବା ଲକ୍ଷ୍ୟ କରାଯାଇଛି । ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୮, ୧୧୦ ଟଙ୍କା ପହଁଚିଥିବା ନେଇ ରେକର୍ଡ ହୋଇଛି।

WCW 11

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

28 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

35 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago