Below header

ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍, ଦେଖନ୍ତୁ ପୂରା ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୫୦,୧୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୭୫୦ ଟଙ୍କା ଓ ୪୯,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୨୬୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୪୭୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୪୮,୫୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୪,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.