କେତେ ଅଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୯୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୪୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୯୦ ଟଙ୍କା ଓ ୫୩,୪୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୯୯୦ ଟଙ୍କା ଓ ୫୩,୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୯୦ ଟଙ୍କା ଓ ୫୩,୪୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୯୦ ଟଙ୍କା ଓ ୫୩,୪୪୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୧୦୦୦ ଟଙ୍କା କମି ୬୫,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.