କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୦ ଟଙ୍କା କମିଛି। ସେହିଭଳି ୨୪ କ୍ୟାରେଟ ସୁନା ଦର ମଧ୍ୟ ୫୦ ଟଙ୍କା ବୃଦ୍ଧି କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୭୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୭୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୦୦ ଟଙ୍କା ଓ ୪୯,୭୫୦ ଟଙ୍କା ଛୁଇଁଛି।

gold shopଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୭୫୦ ଟଙ୍କା ଓ ୫୦,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୮୦ ଟଙ୍କା ଓ ୫୨,୪୮୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.