ଆଜି ଭାରତୀୟ ବଜାରରେ କେତେ ରହିଛି ସୁନା ଓ ରୁପା ଦର, ଏଠାରେ ଜାଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୦୭୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୧୦ ଟଙ୍କା ଓ ୪୯,୧୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୭୦ ଟଙ୍କା ଓ ୪୮,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୫୯ ଟଙ୍କା ଓ ୫୧,୨୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୨୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.