Below header

ଆଜିର ସୁନା-ରୁପା ରେଟ୍‌ କ’ଣ ଅଛି ଆପଣଙ୍କ ସହରରେ, ଜାଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ପୁଣିଥରେ ସୁନା ଏବଂ ରୁପା ଦାମ ବଢିବାରେ ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ଟଙ୍କା ଓ ୫୯,୬୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୬,୪୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.