Below header

ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୭୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୭୦୦ ଓ ୪୮,୭୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ୪୬,୬୨୦ ଓ ୨୪ କ୍ୟାରେଟ ମୂଲ୍ୟ   ଟଙ୍କା ଓ ୪୭,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୨୬୦  ଟଙ୍କା ଓ ୫୦,୬୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୪୯,୬୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି  ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.