ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୯,୭୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୭୧୦ ଟଙ୍କା ଓ ୫୦,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ ସାମାନ୍ଯ ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୩୦ ଟଙ୍କା ଓ ୪୯,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୯୦ ଟଙ୍କା ଓ ୫୩,୨୨୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୬୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୪୩୦ ଟଙ୍କା ଓ ୫୨,୧୩୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୭୧,୨୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

7 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

38 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

41 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

44 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

50 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago