ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୪,୦୬୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୯୧୦ ଟଙ୍କା ଓ ୪୫,୭୨୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୨,୯୯୦ ଟଙ୍କା ଓ ୪୩,୯୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୦୬୦ ଟଙ୍କା ଓ ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୩୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୧୯୦ ଟଙ୍କା ଓ ୪୬,୯୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୬୪,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.