କେତେ ଅଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୯୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୦,୧୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୪୦୦ ଟଙ୍କା କମି ୫୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ, ଜାଣନ୍ତୁ ଲିଟର ପିଛା ଆଜି କେତେ ଅଛି ଦାମ୍

Leave A Reply

Your email address will not be published.