କେତେ ଅଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୯୮୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୫୬୦ ଟଙ୍କା ଓ ୫୨,୯୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୫୬୦ ଟଙ୍କା ଓ ୫୨,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୭୧୦ ଟଙ୍କା ଓ ୫୩,୧୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୪୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୯୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୫୬୦ ଟଙ୍କା ଓ ୫୨,୯୮୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୪୦୦ ଟଙ୍କା କମି ୬୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ଜମୁଛି ପଦ୍ମପୁର ପ୍ରଚାର ମୈଦାନ: ବିକାଶ ଧାରାକୁ ଆଗକୁ ନେବା ପାଇଁ ଆଶୀର୍ବାଦ ମାଗୁଛନ୍ତି ସବୁ ଦଳର ପ୍ରାର୍ଥୀ