ଭାରତୀୟ ବଜାରରେ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୩,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୫୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାଦର ଦଶ ଗ୍ରାମ ପ୍ରତି ୪୪,୧୮୦ ଟଙ୍କା ଓ ୪୮,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୯୦ ଟଙ୍କା ଓ ୪୭,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୦୦ ଟଙ୍କା ଓ ୫୦,୮୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୧୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୪୯,୬୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା କିନ୍ତୁ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.