Below header

ଜାଣନ୍ତୁ ଆଜି ୧୦ ଗ୍ରାମ ପ୍ରତି କେତେ ଅଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦ ଟଙ୍କା ବୃଦ୍ଧି ପାଇ ୪୬,୨୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦ ଟଙ୍କା ବୃଦ୍ଧି ପାଇ ୪୭,୨୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ଓ ୪୮,୨୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୪୦ ଟଙ୍କା ଓ ୪୭,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୫୦ ଟଙ୍କା ଓ ୫୦,୩୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୭୦ ଟଙ୍କା ଓ ୪୯,୨୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି୨୦୦ ଟଙ୍କା କିମିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୮,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ
ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.