ଖୁସି ଖବର ! କମିଛି ସୁନା ଦର, କିଣିବା ଆଗରୁ ଜାଣି ନିଅନ୍ତୁ କେତେ ରହିଛି ଆଜିର ଦର

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୯୭୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୭ ହଜାର ୮୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୯୭୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୮୦୦ ଟଙ୍କା ଓ ୭୩,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୯୫୦ ଟଙ୍କା ଓ ୭୪,୧୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୫୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୮୦୦ ଟଙ୍କା ଓ ୭୩,୯୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୫୦୦ ଟଙ୍କା ହୋଇଛି ।