ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର

ଭାରତର ଅଧିକାଂଶ ଲୋକ ଖୁବ ସୁନା ପ୍ରିୟ । ଆଉ ସେମାନଙ୍କ ପାଇଁ ଏକ ଖୁସି ଖବରକି ଆଜି ସୁନା ମୂଲ୍ୟରେ ହ୍ରାସ ଘଟିଥିବା ଲକ୍ଷ କରିଛନ୍ତି | ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬ ହଜାର ୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭ ହଜାର ୬୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ ସ୍ଥିର ରହିଛି, ଯାହାପରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫ ହଜାର ୯୦୦ ଟଙ୍କା ଓ ୫୦ ହଜାର ୧୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି |

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬ ହଜାର ୬୦୦ ଟଙ୍କା ଓ ୪୭ ହଜାର ୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୩୦ ଟଙ୍କା ଓ ୫୧,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬ ହଜାର ୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦ ୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮ ହଜାର ୩୮୦ ଟଙ୍କା ଓ ୫୦ ହଜାର ୯୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୧ ହଜାର ୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.