ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଟଙ୍କା ବଢ଼ି ଦଶ ଗ୍ରାମ ପ୍ରତି ୪୭,୧୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ୧୦ ଟଙ୍କା ବଢ଼ି ଦଶ ଗ୍ରାମ ପ୍ରତି ୫୧,୪୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୧୦ ଟଙ୍କା ଓ ୪୯,୧୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦର ବଢ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୫୦ ଟଙ୍କା ଓ ୪୮,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୬୦ ଟଙ୍କା ଓ ୫୧,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୮୨୦ ଟଙ୍କା ଓ ୫୨,୦୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ବି ସ୍ଥିର ରହିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୬୯,୨୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.