Below header

ସୁନା ଦରରେ ଲାଗୁନି ବ୍ରେକ, ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ ପ୍ରତି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୭,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୮,୩୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୪୪୦ ଟଙ୍କା ଓ ୪୯,୭୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୯୦ ଟଙ୍କା ଓ ୪୮,୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୬୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୬୯,୫୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.