କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୧୦ ଟଙ୍କା କମି ୪୬,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୪୦ ଟଙ୍କା କମି ୫୦,୮୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୬୧୦ ଟଙ୍କା ଓ ୪୮,୮୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୫୦୦ ଟଙ୍କା ଓ ୪୭,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୦୦ ଟଙ୍କା ଓ ୫୦,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୮୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୯୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୪୯,୬୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୬୩,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.